SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସମ୍ବୋଧନ ରଖିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଦେଶର ବିକାଶ ପାଇଁ SC/STଙ୍କ ଉତ୍ଥାନ ଜରୁରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ ଏବଂ ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ । ନିକଟରେ ନିଟ୍ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିବା କଥା କହିବା ସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବର୍ତ୍ତମାନ ଭଲ ଅଛି, ଭବିଷ୍ୟତ ଆହୁରି ଭଲ ରହିବ । ପଲ୍ଲୀଠୁ ନେଇ ଦିଲ୍ଲୀ ଯାଏଁ ସାମ୍ବିଧାନିକ ବ୍ୟବସ୍ଥା ଚାଲିଛି । ହଜାର ହଜାର ବର୍ଷ ଧରି ଆମେ ଉତ୍ପୀଡ଼ନ ସହିଥିଲୁ୍ ଏବଂ ଅସ୍ପୃଶ୍ୟତାର ଶିକାର ହୋଇଥିଲୁ, କିନ୍ତୁ ସମ୍ବିଧାନ ଆମକୁ ଅଧିକାର ଦେଲା । ଆମେ ସଶକ୍ତୀକରଣ ନହେଲେ ଯେତେ ଯୋଜନା କଲେ ବି ସୁଫଳ ମିଳିବନି । ଆମର ଉତ୍ଥାନ ନ ହେବା ପର୍ଯ୍ୟନ୍ତ ରାଜ୍ୟର ବିକାଶ ହୋଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ଆରମ୍ଭ ହୋଇଛି ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଆଜି ଏବଂ କାଲି ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ।
Posted in ରାଜ୍ୟ.