ଗାନ୍ଧୀ ଏବଂ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

October 2, 2025 · By R P 0 min read
ଗାନ୍ଧୀ ଏବଂ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧୀ ଜୟନ୍ତୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ ପାଟି, ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଅନ୍ୟ ବିଶିଷ୍ଟ ଅତିଥିମାନଙ୍କ ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ନୀତି, ଆଦର୍ଶ ଏବଂ ଅବଦାନକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ ପକାଇଛନ୍ତି।

Read Next