ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକଠାରେ ‘ବିକଶିତ ଭାରତ @୨୦୪୭’ ଶୀର୍ଷକ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଗ୍ରାମାଞ୍ଚଳର ଲୋକଙ୍କୁ ଅବଗତ କରାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏଥିରେ ଓଲାଭର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଏମ-କିସାନ, ଜଳ ଜୀବନ ମିଶନ, ପିଏମ ଆବାସ ଯୋଜନା ଓ ଆୟୁଷ୍ମାନ ଭାରତ ଭଳି ପ୍ରମୁଖ ଯୋଜନାଗୁଡ଼ିକ କିଭଳି ଗ୍ରାମୀଣ ଅର୍ଥନୀତି ଓ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣୁଛି, ସେ ସମ୍ପର୍କରେ ଆଲୋକପାତ କରିଥିଲେ।
