୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରାଯାଇଛି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ବଜେଟରେ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, କୃଷକଙ୍କ ଆୟ ବୃଦ୍ଧିକୁ ସୁନିଶ୍ଚିତ କରିବା ସରକାର “ସମୃଦ୍ଧ କୃଷକ” ଯୋଜନାର ଶୁଭାରମ୍ଭ କରିଛନ୍ତି, ଯାହା ଅଧୀନରେ କ୍ଲିଣ୍ଟାଲ ପିଛା ୩୧ ଶହ ଟଙ୍କା ମୂଲ୍ୟରେ ଧାନ କ୍ରୟ ର ସୁବିଧା ଯୋଗାଇ ଦିଆଯାଉଛି । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଏହି ଯୋଜନା ଅଧୀନରେ ୬ ହଜାର ୮୮ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି । ରାଜ୍ୟରେ ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରାୟ ୧୧ ଲକ୍ଷ ମେଟ୍ରିକ ଟନ୍ ବିଶିଷ୍ଟ ଆଧୁନିକ ଗୋଦାମ ନିର୍ମାଣ କରାଯିବାର ପ୍ରସ୍ତାବ ରହିଛି ।

ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଚାଷୀ, ଜମି ମାଲିକ, ଭୂମିହୀନ ପରିବାର ଏବଂ ବିଶେଷ ଭାବେ ସମ୍ବେଦନଶୀଳ ଜନଜାତିଙ୍କ ପାଖରେ ଅତିରିକ୍ତ ସହାୟତା ପହଞ୍ଚାଇ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ-କିଷାନ ଯୋଜନାକୁ ମୁଖ୍ୟମନ୍ତ୍ରୀ-କିଷାନ ଯୋଜନା ଜରିଆରେ କାର୍ଯ୍ୟକାରୀ କରି ଆସୁଛନ୍ତି । ଏହି ପ୍ରମୁଖ ଯୋଜନାକୁ ଅଧିକ ପ୍ରଭାବଶାଳୀ କରିବା ପାଇଁ ବଜେଟରେ ୨ ହଜାର ୩୦ କୋଟି ଟଙ୍କାର ପ୍ରସ୍ତାବ ରହିଛି । ‘ଶ୍ରୀ ଅନ୍ନ ଅଭିଯାନ’ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ୪ ଶହ କୋଟି ଟଙ୍କାର ବ୍ୟବସ୍ଥା ରହିଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଧାନ ଉପରେ ଅତ୍ୟଧିକ ନିର୍ଭରଶୀଳତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜଳବାୟୁ ସହନଶୀଳ କୃଷିକୁ ପ୍ରାଥମିକତା ଦେଇ ବିଭିନ୍ନ କିସମର ଡାଲି, ତୈଳବୀଜ ଏବଂ ଦେଶୀ ସୁଗନ୍ଧିତ ଓ ଅଣସୁଗନ୍ଧିତ ଧାନ ଚାଷକୁ ପ୍ରୋତ୍ସାହିତ କରାଯାଉଅଛି । ଏଥିଲାଗି ବୃହତ୍ ଉଠା ଜଳ ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ରେ ଫସଲ ବିବିଧକରଣ କାର୍ଯ୍ୟକ୍ରମ, ସ୍ବଦେଶୀ ପ୍ରଜା ଜାତିର ଧାନକୁ ପ୍ରୋତ୍ସାହନ ଏବଂ ଅମଳ ପରବର୍ତ୍ତୀ ଧାନ ପଡ଼ିଆର ବ୍ୟାପକ ପରିଚାଳନା ପାଇଁ ମୋଟ ୪ ଶହ ୬୯ କୋଟି ଟଙ୍କାର ବ୍ୟୟ ବରାଦ ରହିଛି ।

୬ଟି ଜିଲ୍ଲାରେ କଫି ଚାଷ ପାଇଁ ୧ ଶହ ଶହ ୫୦ କୋଟି ଟଙ୍କାର ପ୍ରସ୍ତାବ ରହିଛି । “ପ୍ରଯୁକ୍ତିବିଦ୍ୟା ଦ୍ବାରା ଉନ୍ନତ ଆଖୁ ଚାଷ” ପାଇଁ ୨୭ କୋଟି ଟଙ୍କା ଏବଂ ବଳଭଦ୍ର ଜୈବିକ ଚାଷ ମିଶନ ନିମନ୍ତେ ୨୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । “କୃଷି ଉପକରଣର ଲୋକପ୍ରିୟତା” ଯୋଜନା ଅଧୀ ଅଧୀନରେ କୃଷି ଯାନ୍ତ୍ରିକୀକରଣ ନିମନ୍ତେ ୪ ଶହ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି । ରାଜ୍ୟ କୃଷି ନୀତିରେ କୃଷି ଉଦ୍ୟୋଗ ଏବଂ କୃଷି ସେବା କେନ୍ଦ୍ରଗୁଡିକୁ ପୁଞ୍ଜି ନିବେଶ ସହାୟତା ବାବଦକୁ ୪ ଶହ ୪୧ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି । ନୂତନ “ଶୀତଳ ଭଣ୍ଡାର ନୀତି” ରେ ଅମଳ ପର ପରବର୍ତ୍ତୀ ଭିତ୍ତିଭୂମିକୁ ମଜବୁତ କରିବା ଉଦ୍ଦେଶ୍ୟରେ ୬୩ କୋଟି ଟଙ୍କାର ପ୍ରସ୍ତାବ ରହିଛି ।

Posted in ରାଜ୍ୟ.