ରାଜ୍ୟରେ ୭୦ ରୁ ୮୦ ପ୍ରତିଶତ ଗାଡି ପିୟୁସିସି କରିଛନ୍ତି । ଆଉ ୨୦ ପ୍ରତିଶତ ଅମାନିଆ ରହିଛନ୍ତି । ତେବେ ସରକାରଙ୍କ ନିର୍ଦ୍ଦେଶକୁ ମାନି ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି ଅବମାନନା କରିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଡେଡ୍ ଲାଇନ ମାର୍ଚ୍ଚ ମାସ ୩୧ ତାରିଖ ଦିଆଯାଇଥିଲା । ଅବଧି ସରିଲା, ଏଣିକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏପ୍ରିଲ ୨ ତାରିଖଠାରୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ରାଜ୍ୟରେ ଆଜିଠୁ କଡ଼ାକଡ଼ି ହେବ PUCC ଯାଞ୍ଚ । ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ କୋହଳ ଥିବା ବେଳେ ୨ ତାରିଖରୁ ଅର୍ଥାତ ଆଜିଠାରୁ ଜୋରାଦାର ହେବ ଯାଞ୍ଚ । ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସଡ଼କ ସୁରକ୍ଷାକୁ ନେଇ ଜାରି ରହିଥିବା ବିଶେଷ ଅଭିଯାନକୁ ଏପ୍ରିଲ ୧୦ ଯାଏଁ ବୃଦ୍ଧି କରାଯାଇଛି । ମାର୍ଚ୍ଚ ୨୧ରୁ ଏହି ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏପ୍ରିଲ ୧୦ ଯାଏ ଚାଲିବ । ସଡ଼କ ଦୁର୍ଘଟଣା ହ୍ରାସ ଲକ୍ଷ୍ୟରେ ଚାଲିଥିବା ଏହି ଅଭିଯାନରେ ରାଜ୍ୟବ୍ୟାପୀ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ।
