ସାଉଦି ଆରବର ରାଜଧାନୀ ରିୟାଦ ଓ ଆଭା ଏୟାରପୋର୍ଟରେ ହୁତି ବିଦ୍ରୋହୀଙ୍କ ବାଲିଷ୍ଟିକ୍ ମିସାଇଲ୍ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରିଛି। ଏହାକୁ କଦାପୀ ଗ୍ରହଣ କରାଯିବ ନାହିଁ। ନୂଆଦିଲ୍ଲୀ ସାଉଦି ସରକାରଙ୍କ ସହ ଛିଡ଼ା ହୋଇଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। ଗୁରୁବାର ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି “ଗତ କିଛି ଦିନ ଧରି ରିୟାଦର ଆଭା ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ କିଙ୍ଗ ଖାଲିଦ ଅନ୍ତର୍ଜାତୀୟ […]
Continue readingMonthly Archives: October 2026
ଅବଢ଼ା ଯୋଜନା ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅବଢ଼ା ଯୋଜନା ଅଧିନରେ ପୁରୀରେ କାର୍ଯ୍ୟକାରୀ ହେଉଥିବା ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ଦ୍ୱାରା ପ୍ରକଳ୍ପ ପାଇଁ ପୂର୍ବ ଅପେକ୍ଷା ଅଧିକ ୧୦୦.୮୩ କୋଟି ଟଙ୍କା ବିନିଯୋଗ ହେବ। ଏହି ଅର୍ଥ ମଞ୍ଜୁର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ଯେତେ ଅର୍ଥ ଆବଶ୍ୟକ […]
Continue readingଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି,ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବୈଠକ
ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କରେ ଛାତ୍ର ସଂସଦ ନିର୍ବାଚନ […]
Continue reading୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ , ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତିକୁ ନେଇ ତତ୍ପର ହୋଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସଠିକ୍, ଅଦ୍ୟତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ଅକ୍ଟୋବର ୨୬ରୁ ରାଜ୍ୟରେ ଘରକୁ ଘର ସର୍ଭେ ଆରମ୍ଭ ହେବ । ଏହା ପୂର୍ବରୁ କାଲି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ […]
Continue readingରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ
ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ । ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ । ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି […]
Continue readingଦୁଇ ଗୋଷ୍ଠୀରେ ବିଭକ୍ତ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ,ଗୋଟିଏ ଅସଲି ସାଧୁଙ୍କର ଏବଂ ଅନ୍ୟଟି ନକଲି ସାଧୁଙ୍କର
ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ଦୀପକ ଲୋଧି ଓରଫ ରସିକ ଦୁଲାରୀ ଶରଣଙ୍କ ମୃତ୍ୟୁ ଘଟଣାକୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ। ସେପ୍ଟେମ୍ବର ୨୫ରେ ଗୁରୁ କୃପା କୁଞ୍ଜ ଆଶ୍ରମର ଛାତରୁ ଡେଇଁପଡ଼ି ଦୀପକ ଆତ୍ମହତ୍ୟା କରିଥିବା ଖବର ଆସିଥିଲା। ପରେ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ମଧ୍ୟ ଅନେକ ଚର୍ଚ୍ଚା ହୋଇଥିଲା। ଏହି ଘଟଣା ପରେ ନିଜ ନିଖୋଜ ପରିଜନଙ୍କ ସନ୍ଧାନରେ ଆସିଥିବା ତିନିଟି ପରିବାର ଆଶ୍ରମ ବାହାରେ ହଙ୍ଗାମା କରିଥିଲେ।ଏହାରି ମଧ୍ୟରେ ଶ୍ରୀକୃଷ୍ଣ […]
Continue readingଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ,ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦେବେ ଯୋଗ
ଓଡ଼ିଶାରେ ଡି. ପୁରନ୍ଦେଶ୍ୱରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ । ତାଙ୍କ ସହ ଆସିଛନ୍ତି ନବନିଯୁକ୍ତ ସହପ୍ରଭାରୀ ଡ. ସ୍ୱଦେଶ ସିଂ । ଦାୟିତ୍ୱ ମିଳିବା ପରେ ଉଭୟଙ୍କ ଏହି ଓଡ଼ିଶା ଗସ୍ତକୁ ଦଳୀୟ ସଂଗଠନ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଦୁଇ ଦିନ ଧରି ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ରାଜ୍ୟ ସଭାପତି ମନମୋହନ ସାମଲ, ଦଳର […]
Continue reading‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣକୁ ଆନୁଷ୍ଠାନିକ ଭାବେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଆଜି ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବୃହତ ପର୍ଯ୍ୟଟନ ମହାକୁମ୍ଭକୁ ଉଦଘାଟନ କରିଛନ୍ତି । ଦେଶବିଦେଶରୁ ଆସିଥିବା ନିବେଶକ, ହସ୍ପିଟାଲିଟି ବ୍ରାଣ୍ଡ ଏବଂ ଟୁରିଜିମ୍ ପାର୍ଟନରମାନେ ଓଡ଼ିଶାର ଅସୀମ […]
Continue readingଜାତିର ଜନକ ମହାତ୍ମା ଗାନ୍ଧୀ ଓ ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ
ଜାତିର ଜନକ ମହାତ୍ମା ଗାନ୍ଧୀଙ୍କର ଜୟନ୍ତୀ । ଏହି ଅବସରରେ ମହାନ୍ ଯୁଗପୁରୁଷଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗାନ୍ଧୀଜୀ କେବଳ ଭାରତକୁ ସ୍ଵାଧୀନତା ଦେଇନଥିଲେ, ବରଂ ସାରା ବିଶ୍ଵକୁ ନୈତିକତା, ସତ୍ୟାଗ୍ରହ ଓ ଅସହଯୋଗ ପରି ନୂଆ ଦିଗଦର୍ଶନ ପ୍ରଦାନ କରିଥିଲେ । ମହାତ୍ମା ଗାନ୍ଧୀଙ୍କର ମୁଖ୍ୟ ସ୍ଵପ୍ନ ଥିଲା—ସମାଜରେ […]
Continue readingଏମ୍ଏମ୍ଡିଆର୍ ଆଇନକୁ ନେଇ ନବୀନ ପଟ୍ଟନାୟକ ବାରମ୍ବାର ମିଛ କଥା କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି, ଯାହା ଅତ୍ୟନ୍ତ ହାସ୍ୟାସ୍ପଦ-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାରେ ଏମ୍ଏମ୍ଡିଆର୍ ଆଇନ ଏବଂ ପ୍ରାକୃତିକ ସମ୍ପଦ ଯୋଗାଣକୁ ନେଇ ବିଜୁ ଜନତା ଦଳ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବାରମ୍ବାର ମିଛ କଥା କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି, ଯାହା ଅତ୍ୟନ୍ତ ହାସ୍ୟାସ୍ପଦ । ଓଡ଼ିଶାର ଜନସାଧାରଣ ଏତେ ବୋକା ନୁହଁନ୍ତି ଯେ, ଏକା ମିଛକୁ ବାରମ୍ବାର କହିଲେ ତାହାକୁ ସତ ବୋଲି ଗ୍ରହଣ କରିନେବେ । ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଗତକାଲିର ରାୟରୁ ସ୍ପଷ୍ଟ ହୋଇଛି ଯେ, ଗତ ବିଜେଡି ସରକାର […]
Continue reading









