ଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି,ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ ଛୁଟିଛି

ଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି,ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ ଛୁଟିଛି

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଆଦ୍ୟ ପର୍ବ ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହଙ୍କ ଗଜାନନ ବେଶ ଦର୍ଶନ କରିବା ପାଇଁ ଆତୁର ଭକ୍ତ ମନ । ଜୟ ଜଗନ୍ନାଥ ଜୟ ଜଗନ୍ନାଥ ଧ୍ବନିରେ କମ୍ପୁଛି ଶ୍ରୀକ୍ଷେତ୍ର । ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୂଅ ଛୁଟିଛି । ଗଜାନନ ବେଶରେ ସଜେଇ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ନୀତି ସମାପନ ପରେ ବିଭିନ୍ନ ଅଳଙ୍କାର ପରିଧାନ କରିଛନ୍ତି ଶ୍ରୀଜିଉ । କିଛି ସମୟ ପରେ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ସୁଦର୍ଶନ, ବଡ଼ ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଓ ମହାବହୁ ଶ୍ରୀଜଗନ୍ନାଥ ।

ସ୍ନାନ ପୂର୍ଣ୍ଣିମା ଅବସରରେ ପହଣ୍ଡି ଶେଷ କରି ସ୍ନାନବେଦୀରେ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି । ଏହାପରେ ହୋଇଥିଲା ମଙ୍ଗଳ ଆଳତୀ । ପରେ ଜଳ ବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା ।ପରେ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ନୀତି । ଏହି ଦିବ୍ୟ ମୂହୁର୍ତ୍ତକୁ ଦର୍ଶନ କରିଥିଲେ ଲକ୍ଷ ଲକ୍ଷ ଭକ୍ତ । ୧୦୮ କଳସୀ ସୁବାସିତ ଜଳରେ ସ୍ନାନ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି ।ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ସ୍ନାନବେଦୀରେ ପହଞ୍ଚିଥିଲେ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ସହିତ ଛେରାପହଁରା ନୀତି ସମ୍ପାପନ କରିଥିଲେ । ଛେରାପହଁରା ନୀତି ସମ୍ପନ୍ନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ‘ଗଜାନନ ବେଶ’ ଆରମ୍ଭ ହୋଇଥିଲା । ଗଜାନନ ବେଶରେ ସଜ୍ଜେଇ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବିଭିନ୍ନ ଅଳଙ୍କାର ପରିଧାନ କରିଛନ୍ତି ଶ୍ରୀଜିଉ । କିଛି ସମୟ ପରେ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ସୁଦର୍ଶନ, ବଡ଼ ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଓ ମହାବହୁ ଶ୍ରୀଜଗନ୍ନାଥ ।ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ପୁରୀରେବ୍ୟାପକ ବ୍ୟବସ୍ଥା କରାଯାଇଛି ।

Posted in ରାଜ୍ୟ.