ନୂଆପଡ଼ା ବିଧାନସଭା ଆସନ ଉପନିର୍ବାଚନରେ ବିଜେପିର ଜିତିବାର ସମ୍ଭାବନା ବେଶୀ

ନୂଆପଡ଼ା ବିଧାନସଭା ଆସନରେ ଉପନିର୍ବାଚନ ହେବ । ବିଜେଡିର ବିଧାୟକ ଥିବା ରାଜେନ୍ଦ୍ର ଢ଼ୋଲକିଆ ଙ୍କ ମୃତ୍ୟୁ ପରେ ଏହି ନିର୍ବାଚନ 6 ମାସ ଭିତରେ କରିବାକୁ ପଡ଼ିବ । ଏହି ଆସନରେ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ଲଢ଼େଇ ହେବ ବୋଲି ଆଲୋଚନା ହେଉଛି । କିନ୍ତୁ ବିଜେପି ଏହି ଉପନିର୍ବାଚନ ଜିତିବା ସଂଭାବନା ଅଧିକ ରହିଛି । କାରଣ ସରକାରୀ ଦଳର ସଦସ୍ୟ ସଦାବେଳେ ଉପନିର୍ବାଚନରେ ବିଜୟୀ ହେବା ଦେଖାଯାଇଛି । […]

Continue reading

ସୋମବାର ଯାଏଁ ଗୃହ ମୁଲତବୀ

ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ।  ସୋମବାର ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୀରମିତ୍ରପୁରର ଦିବ୍ୟଙ୍ଗତ ବିଧାୟକ ଜର୍ଜ ତିର୍କୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ବିରୋଧୀ ବିଜେଡିର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମା ଏବଂ ସିପିଏମ୍‍ ବିଧାୟକ ସମର୍ଥନ କରିଥିଲେ […]

Continue reading

ଜର୍ଜ ତିର୍କୀଙ୍କ ବିୟୋଗରେ ସିପିଆଇର ଶୋକ

ବରିଷ୍ଠ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ବିୟୋଗ ରେ ସିପିଆଇ ରାଜ୍ୟ ସମ୍ପାଦକ ଡଃ ପ୍ରଶାନ୍ତ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ଦ୍ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଓଡ଼ିଶା ରାଜ୍ୟ ସମ୍ପାଦକ ଡଃ ପ୍ରଶାନ୍ତ ମିଶ୍ର କହିଛନ୍ତିଯେ, ପ୍ରୟାତ ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଚାରିଥର ଓଡିଶାର ବିଧାୟକ ଭାବେ ନିର୍ବାଚିତ ହୋଇ ଆଦିବାସୀ ସମ୍ପ୍ରଦାୟର ଅଧିକାର ପାଇଁ ପ୍ରତିବଦ୍ଧତା ସହ ଲଢିଥିଲେ। ମାତ୍ର ୬୭ ବର୍ଷ ବୟସରେ […]

Continue reading

ଓଡ଼ିଶା ମଧ୍ୟାହ୍ନଭୋଜନ ପାଚକ ପାଚିକା ମହାସଂଘ ତରଫରୁ ୮ଦଫା ଦାବି ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର : ଓଡ଼ିଶା ପାଚକ ପାଚିକା ମହାସଂଘ ପକ୍ଷରୁ ୮ ଦଫା ଦାବି ନେଇ ସଂଘର ରାଜ୍ୟ ସଭାନେତ୍ରୀ ଜନକ ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ୩୦ଗୋଟି ଜିଲ୍ଲାର ପାଚକ ପାଚିକାମାନେ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଭାବେ ମହାସଂଘର ରାଜ୍ୟ ଆବାହକ ଦିଗମ୍ବର ଜେନା ଯୋଗଦେଇ ୮ଦଫା ସମ୍ବଳିତ ଦାବି ଖୁବ୍‌ଶୀଘ୍ର ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ରାଜ୍ୟ ସାଧାରଣ ସମ୍ପାଦିକା ଜାନକୀ ମାଝୀ, ସମ୍ପାଦିକା ନିରୁପମା ମହାନ୍ତ, କୋକିଳ ମହାନ୍ତ, […]

Continue reading

ବିଭିନ୍ନ ଦାବି ନେଇ ଗୋଷ୍ଠୀ ସହାୟିକା ସଂଘ ପକ୍ଷରୁ ବିଧାନସଭା ଆଗରେ ଧାରଣା

ବିଧାନସଭା ଆଗରେ ଆନ୍ଦୋଳନ ପାଇଁ ଏକାଠି ହୋଇଛନ୍ତି ବିଭିନ୍ନ ଜିଲ୍ଲାର ହଜାର ହଜାର ଓଡ଼ିଶା ଗୋଷ୍ଠୀ ସହାୟିକା ସଂଘର ସଦସ୍ୟ । ବକେୟା ଦରମା ସହ ଗୋଷ୍ଠୀ ସହାୟିକା ସଂଘ ଟିଏ ଡିଏ ଦାବି କରିଛି । ପ୍ରତି ଗ୍ରାମରେ ସିଏଲଏଫ ଗଠନ, ସ୍ଥାୟୀ ନିଯୁକ୍ତି, ଅନଲାଇନ କାମ ପାଇଁ ଲାପଟପ୍, ବୈଠକ ଗୃହ ନିର୍ମାଣ, ପରିଚୟପତ୍ର ପ୍ରଦାନ, ସାମାଜିକ ସୁରକ୍ଷା, ଭିଆରଏଫ ଫଣ୍ଡକୁ 10 ଲକ୍ଷ ପ୍ରଦାନ, ସର୍ବନିମ୍ନ ମଜୁରୀ 26 ହଜାର ଟଙ୍କା ଦାବି […]

Continue reading

ବିସ୍ମୃତ ବିସ୍ମୟ ପ୍ରତିଭା

ଉତ୍କଳ ରତ୍ନ ବାରିଷ୍ଟର ବିଶ୍ବନାଥ ମିଶ୍ର ଆସନ୍ତା କାଲି ପ୍ରଥମ ଓଡ଼ିଆ ବାରିଷ୍ଟର, ପ୍ରଥମ କେନ୍ଦ୍ରୀୟ ସଂସଦୀୟ ବ୍ୟବସ୍ଥାର ସଦସ୍ୟ, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କାଣ୍ଡାରୀ, ଅତୁଳନୀୟ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ପରମ୍ପରା ପ୍ରାଣ ତଥା ଉତ୍କଳ ରତ୍ନ ବାରିଷ୍ଟର ବିଶ୍ବନାଥ ମିଶ୍ର ଙ୍କ ୯୨ ତମ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କର ପ୍ରତିମୂର୍ତ୍ତି ସ୍ଥଳରେ ( ରାଜଭବନ ସମ୍ମୁଖରେ) ସକାଳ ୯ ଘଣ୍ଟା ସମୟରେ ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା […]

Continue reading

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସମ୍ବଲପୁରରେ ‘ସେବା ପକ୍ଷ’ ପାଳିଲେ କେନ୍ଦ୍ରମନ୍ତ୍ରୀ

ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଜନନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ନିଜ ସଂସଦୀୟ କ୍ଷେତ୍ର ସମ୍ବଲପୁରରେ ‘ସେବା ପକ୍ଷ’ ପାଳନ କରିବା ସହ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି । ଶ୍ରୀ ପ୍ରଧାନ ଆଜି ପ୍ରଥମେ ସମ୍ବଲପୁର ସୈନିକ ସ୍କୁଲ ପରିସରରେ ‘ସେବା ପକ୍ଷ’ କାର୍ଯ୍ୟକ୍ରମ ଅଧୀନରେ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ନାଗରିକ ଓ ସ୍ୱେଚ୍ଛାସେବୀ […]

Continue reading

ଜଗନ୍ନାଥ ସେବା ଫାଉଣ୍ଡେସନ ପକ୍ଷରୁ ବୃକ୍ଷ ରୋପଣ

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଦାମୋଦର ମୋଦିଙ୍କ ୭୫ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶ୍ରୀ ଜଗନ୍ନାଥ ସେବା ଫାଉଣ୍ଡେସନ ପକ୍ଷରୁ ବୃକ୍ଷ ରୋପଣ,ବୃକ୍ଷ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଇନଡା ପ୍ରାଥମିକ ବିଦ୍ୟାଳୟ ପରିସରରେ, ପ୍ରତିଷ୍ଠାତା ବଳରାମ ତରାଇ,ଶ୍ରୀ ହେମନ୍ତ କୁମାର ବେହେରାଙ୍କ ସଭାପତିତ୍ବରେ , ସ୍କୁଲ ର ପ୍ରଧାନ ଶିକ୍ଷକ ରେଣୁବାଳ ବଳିୟାର ସିଂହ, ଶରତ ନାୟକ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଛାତ୍ର ଛାତ୍ରୀ ମାନେ ମା ପାଇଁ ଗଛ ଟିଏ ଏକ […]

Continue reading

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ତମ ‘ଜନ୍ମଦିନ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି । ଶ୍ରୀ ପ୍ରଧାନ ଭିଡ଼ିଓ ବାର୍ତ୍ତାରେ କହିଛନ୍ତି ଯେ, ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ମୋଦୀଜୀ ଯେଉଁ ପୃଷ୍ଠଭୂମିରୁ ଆସି ଦେଶର ନେତୃତ୍ୱ ନେଇଛନ୍ତି ଏବଂ ରାଷ୍ଟ୍ରର ମର୍ଯ୍ୟାଦା ବଢାଇଛନ୍ତି, […]

Continue reading

ରାତି ପାହିଲେ ଦେବଶୀଳ୍ପୀ ବିଶ୍ବକର୍ମା ପୂଜା

ରାତି ପାହିଲେ ଦେବଶୀଳ୍ପୀ ବିଶ୍ବକର୍ମା ପୂଜା। ରାଜ୍ୟ ରାଜଧାନୀ ଭୁବନେଶ୍ବରଠୁ ଆରମ୍ଭ କରି ପାରାଦୀପ ସବୁଠି ଧରାତରଣ କରିଛନ୍ତି ନିର୍ମାଣ ଦେବତା ଦେବଶିଳ୍ପୀ ବିଶ୍ୱକର୍ମା। ରଙ୍ଗ ବେରଙ୍ଗର ଆଲୋକ ମାଳା ସାଂଗକୁ ଭଳିକି ଭଳି ସୁସଜ୍ଜିତ ସୁଉଚ୍ଚ ତୋରଣ ଓ ତୋରଣ ମଧ୍ୟରେ ବିରାଜମାନ କରିଛନ୍ତି ଦେବଶିଳ୍ପୀ। ବିଭିନ୍ନ ପୂଜାକମିଟି ତରଫରୁ ପୂଜାକୁ ଆକର୍ଷଣୀୟ କରିବା ପାଇଁ ଶେଷ ସ୍ପର୍ଶ ଦେଉଛନ୍ତି ମୂର୍ତ୍ତି କାରୀଗର। କେଉଁଠି ବିଭିନ୍ନ ରାଜ୍ୟର ମନ୍ଦିରର ଭ୍ରମ ସୃଷ୍ଟି କରୁଛି ତ କେଉଁଠି […]

Continue reading